Categories: ରାଜ୍ୟ

ଅଶାନ୍ତ କ୍ଯାମ୍ପସ୍

ଭୁବନେଶ୍ବର(କେନ୍ଯୁଜ୍) : ପୁଣି ଅଶାନ୍ତ ହୋଇଛି ଉତ୍କଳ ବିଶ୍ୱବିଦ୍ୟାଳୟ । ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌-ଧସ୍ତାଧସ୍ତି ହୋଇଛନ୍ତି  । ପୋଲିସ ୨ଜଣ ଛାତ୍ରଙ୍କୁ ଅଟକ ରଖିଛି । ଉତ୍ତେଜନା ଲାଗିରହିଥିବାରୁ କ୍ୟାମ୍ପସ ପରିସରରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଦୁଇ ସପ୍ତାହ ହେବ ବିଶ୍ୱବିଦ୍ୟାଳୟରେ ଥିବା ଫାର୍ମାସୀ ବିଭାଗର ଛାତ୍ରଛାତ୍ରୀମାନେ ମୁଖ୍ୟ ଫାଟକ ବନ୍ଦ କରି ଆନ୍ଦୋଳନ ଚଳାଇଛନ୍ତି । ତେବେ ଗତକାଲି କେତେକ ଅଣଛାତ୍ର ଆସି ଗେଟ୍‌ ଖୋଲିବାକୁ କହିଥିଲେ । ତେବେ ଆନ୍ଦୋଳନକାରୀ ଛାତ୍ରଛାତ୍ରୀମାନେ ଫାଟକ ଖୋଲିବାକୁ ଅରାଜି ହେବାରୁ ଗଣ୍ଡଗୋଳ ଆରମ୍ଭ ହୋଇଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ପରିସ୍ଥିତିକୁ ଆୟତ କରିଥିଲା ।

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ମଧ୍ୟ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। ୨ଜଣ ଛାତ୍ରଙ୍କୁ ମାଡ ମରାଯାଇଥିବା ଅଭିଯୋଗ ହୋଇଛି । ଏମ୍‌ଫିଲର ୨ଜଣ ଛାତ୍ରଙ୍କୁ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ରଜତ କୁଜୁର କିଛି ଅଣଛାତ୍ରଙ୍କ ସହ ମିଶି ମାଡ ମାରିଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରମାନେ ଅଧ୍ୟାପକଙ୍କ ନାଁରେ ବୁର୍ଲା ଥାନାରେ ଅଭିଯୋଗ କରିଛନ୍ତି। ସେପଟେ ଆହତ ଛାତ୍ରଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  ଅନ୍ୟପକ୍ଷରେ ଅଧ୍ୟାପକ ରଜତ କୁଜୁର ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଛାତ୍ରମାନେ ତାଙ୍କୁ ଗାଳିଗୁଲଜ କରିବା ସହ ମାଡ ମାରିଥିବା ନେଇ ଅଧ୍ୟାପକ ପାଲଟା ଅଭିଯୋଗ କରିଛନ୍ତି।

 

KNews Bureau

Recent Posts

ଟାୱାର ଖୁଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…

5 mins ago

ବିବାହ ବନ୍ଧନରେ ଆବଦ୍ଧ ହେଲେ ଭେଙ୍କଟେଶ ଆୟର, ଶ୍ରୁତି ରଘୁନାଥନଙ୍କ ଧରିଲେ ହାତ

ଭାରତୀୟ ଟିମ୍‌ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…

8 mins ago

ଗରମରୁ ଏଭଳି ବଞ୍ଚାନ୍ତୁ ନିଜ ଫୋନ, ନଚେତ ହୋଇପାରେ ଅନେକ ସମସ୍ୟା

ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…

31 mins ago

ଗାଡ଼ି ଚଲାଇବା ସମୟରେ ମୋବାଇଲରେ ହେଉଥିଲେ କଥା, ଗାଡ଼ି ସହ ମୋବାଇଲ୍ ଜବତ

ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…

46 mins ago

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

53 mins ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

58 mins ago