Below header

ଉଦ୍‌ଯାପିତ ହୋଇଛି ଉତ୍କଳ ବିଶ୍ୱବିଦ୍ୟାଳୟରେ ଚାଲିଥିବା ପ୍ଲାଟିନମ ଜୁବଲି କାର୍ଯ୍ୟକ୍ରମ

ଭୁବନେଶ୍ବର(କେନ୍ୟୁଜ୍): ଉଦ୍‌ଯାପିତ ହୋଇଛି ଉତ୍କଳ ବିଶ୍ୱବିଦ୍ୟାଳୟରେ ଚାଲିଥିବା ପ୍ଲାଟିନମ ଜୁବଲି କାର୍ଯ୍ୟକ୍ରମ । ଉଦଯାପନୀ ସନ୍ଧ୍ୟାରେ ଅତିଥି ଭାବେ ଯୋଗଦେଇଥିଲେ ରାଜ୍ୟପାଳ ଗଣେଶୀ ଲାଲ ଓ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ର । ଏହି ଅବସରର ଗୋଲ୍ଡ ମେଡାଲିଷ୍ଟମାନଙ୍କୁ ପୁରସ୍କୃତ କରାଯାଇଥିଲା । ଦେଶର ଉଚ୍ଚଶିକ୍ଷା କ୍ଷେତ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟର ସ୍ୱତନ୍ତ୍ର ପରିଚିତ ରହିଛି । ଏହି ପୁରାତନ ଅନୁଷ୍ଠାନର ବହୁ ଛାତ୍ରଛାତ୍ରୀ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ହୋଇ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟ ରାଜ୍ୟ ଓ ଦେଶ ଲାଗି ମଧ୍ୟ ଗର୍ବ ବୋଲି କହିଥିଲେ ଉପସ୍ଥିତ ଅତିଥି । ବିଶ୍ୱ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ପାଇଁ ବିଶ୍ୱରେ ନିଜର ସ୍ୱତନ୍ତ୍ର ପରିଚୟ ମଧ୍ୟ୍ୟ ସୃଷ୍ଟି କରିପାରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.