ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ

ଭୁବନେଶ୍ବର(କେନ୍ଯୁଜ୍) : ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ। ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଥାନା ସୁଆଣ୍ଡୋ ଗାଁରେ ୧୮୭୭ ଅକ୍ଟୋବର ୯ ତାରିଖରେ ଜନ୍ମଗ୍ରହଣ କରିଥିଲେ ଗୋପବନ୍ଧୁ। ଏହି ଅବସରରେ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ଯକ୍ରମର ଆୟୋଜନ କରାଯାଇଛି। ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ତାଙ୍କ ସ୍ମୃତିଚାରଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି, ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ।

 

You might also like