ଉଚ୍ଚଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନଙ୍କୁ ଦିଆଯିବ ଟିକା, କାଲିଠୁ ୧୮ରୁ ୫୯ ବର୍ଷଙ୍କ ପାଇଁ ମାଗଣା ବୁଷ୍ଟର ଡୋଜ

ଭୁବନେଶ୍ବର(କେନ୍ୟୁଜ୍):ଏବେ ରାଜ୍ୟରେ କୋଭିଡ୍‌ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ । ହେଲେ ସହରାଞ୍ଚଳରେ ସଂକ୍ରମଣ ବଢ଼ୁଥିବାରୁ ଟିକାକରଣ, ସତର୍କତା, ସଚେତନତା ଏବଂ ସଠିକ୍‌ ସୂଚନା ପ୍ରସାରଣ ଉପରେ ମୁଖ୍ୟ ସଚିବ ସୁରେଶ ମହାପାତ୍ର ଗୁରୁତ୍ୱ ଆରୋପ କରିଛନ୍ତି । ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଜିଲ୍ଲାପାଳଙ୍କ ସହ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି । ଆସନ୍ତାକାଲିଠାରୁ ୧୮-୫୯ ବର୍ଷ ଲୋକଙ୍କ ପାଇଁ ମାଗଣା ବୁଷ୍ଟର ଡୋଜ ଆରମ୍ଭ କରିବା, ଦୈନିକ କୋଭିଡ ପରୀକ୍ଷା ସଂଖ୍ୟା ବଢ଼ାଇବା ଏବଂ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ବିଭିନ୍ନ ଇଞ୍ଜିନିଅରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କର ଟିକାକରଣ ସହ ସହରାଞ୍ଚଳରେ ୧୮ ରୁ ୫୯ ବର୍ଷ ଲୋକଙ୍କ ପାଇଁ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ସହରାଞ୍ଚଳରେ ପ୍ରତି ୱାର୍ଡ଼ ଏବଂ ଗ୍ରାମାଞ୍ଚଳରେ ଗାଁ ଓ ପଞ୍ଚାୟତୱାରୀ ଟିକାକରଣ କାର୍ଯ୍ୟ ଯୋଜନା ପାଇଁ ବୈଠକରେ ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି କର୍ମୀ, ଜନ ପ୍ରତିନିଧି, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ସାମିଲ କରିବାକୁ ଉନ୍ନୟନ କିମିଶନର ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳ ଏବଂ ପୌର ପରିଷଦ କମିଶନରମାନେ ଭିଡ଼ିଓ କନେଫରେନ୍‌ସିଂରେ ନିଜ ନିଜ ଅଂଚଳର କୋଭିଡ ସ୍ଥିତି ଓ ମୁକାବିଲା ପାଇଁ ପ୍ରସ୍ତୁତି ବିଷୟରେ ସୂଚନା ଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.