ପୁରୀରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ: ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଦେଲେ ଧନ୍ୟବାଦ

ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ।

ପୁରୀ (କେନ୍ୟୁଜ): ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍‌, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ବିଶେଶ୍ୱର ଟୁଡୁ ଉପସ୍ଥିତ ରହିଥିଲେ ।

ଓଡ଼ିଶାରେ ରେଳର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହେଉଥିବା ଯୋଗୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଥିଲେ। ଏହାଛଡ଼ା କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ର ଓଡ଼ିଶା ପାଇଁ ଆଉ ଦୁଇଟି ପୁରୀ- ରାଉରକେଲା ଏବଂ ଭୁବନେଶ୍ବର-ହାଇଦ୍ରାବାଦ ବନ୍ଦେ ଭାରତ ଏକ୍ସପ୍ରେସର ଚଳାଚଳ ଲାଗି ଦାବି କରିଥିଲେ। ଏହାଛଡ଼ା ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ଦାବିକୁ ପୁଣି ଦୋହରାଇଥିଲେ। ପୁରୀରେ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ କରାଯାଉ, ଆଗାମୀ ୩/୪ ବର୍ଷ ଭିତରେ ଏହି ଏୟାରପୋର୍ଟର କାମ ଶେଷ ହେଉ। ନିଜେ ପ୍ରଧାନମନ୍ତ୍ରୀ ପୁରୀ ବିମାନବନ୍ଦରର ଲୋକାର୍ପଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଥିଲେ।

ପୁରୀକୁ ଆନ୍ତର୍ଜାତିକ ଐତିହ୍ୟ ନଗରୀ ଭାବେ ବିକାଶ କରାଯାଉଛି । ଏଥିପାଇଁ ଭିତ୍ତିଭୂମି ବିକାଶ କାମ ଚାଲିଛି । ଶହେ ପ୍ରତିଶତ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପ କାର୍ଯ୍ୟକାରୀ କରିବାରେ ପୁରୀ ଦେଶରେ ପ୍ରଥମ ସହର । ନିକଟରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ପୁରୀରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଦେଇଥିବା ସମସ୍ତ ପ୍ରସ୍ତାବ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦେଶରେ ବୁଲେଟ୍ ଟ୍ରେନ୍ ଚଳାଚଳର ପ୍ରଥମ ପାହାଚ ହେଉଛି ବନ୍ଦେ ଭାରତ ଏକ୍ସପ୍ରେସ୍ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଖୁବ୍ ଶୀଘ୍ର ଦେଶରେ ବୁଲେଟ୍ ଟ୍ରେନ୍ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବନ୍ଦେ ଭାରତ ଏକ୍ସପ୍ରେସର ସମୟ ସାରଣୀ :

ସୂଚନା ମୁତାବକ, ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ର ନମ୍ବର ୨୨୮୯୬ ରହିଛି । ଗୁରୁବାରକୁ ବାଦ୍‌ ଦେଲେ ଏହା ଅନ୍ୟ ସବୁ ଦିନ ଚଳପ୍ରଚଳ କରିବ । ଟ୍ରେନ୍‌ରେ ସମୁଦାୟ ୧୮ଟି ବଗି ଅଛି । ସକାଳ ୬ଟା ୧୦ରେ ଏହା ହାୱଡ଼ାରୁ ଛାଡ଼ିବ । ଖଡ଼ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ରୋଡ, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧା ରୋଡ୍‌ ଷ୍ଟେସନରେ ରହି ଦିନ ୧୨ଟା ୩୫ରେ ପୁରୀରେ ପହଞ୍ଚିବ । ପରେ ୧ଟା ୫୦ରେ ପୁରୀରୁ ବାହାରି ୮ଟା ୩୦ରେ କୋଲକାତାରେ ପହଞ୍ଚିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.