ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସରକାରୀ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ । ନବମ ଓ ଦଶମ ଶ୍ରେଣୀରେ ପାଠ ପଢ଼ୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ କଳାଜୟୀ କୃତୀ ବନ୍ଦେ ଉତ୍କଳ ଜନନୀ ପଢ଼ିବାର ସୁଯୋଗ ପାଇବେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି ।

ନିକଟରେ ରାଜ୍ୟ ସରକାର ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମେ ୩୦ ତାରିଖରେ ସାରା ରାଜ୍ୟ ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ଏହି ସଙ୍ଗୀତକୁ ଏକ ସଙ୍ଗରେ ଗାନ କରି ଭାବମୟ ପରିବେଶ ସୃଷ୍ଟି କରିଥିଲେ । ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରିଥିବା ଏହି ମହାନ ସଙ୍ଗୀତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ଜାତୀୟତାର ଭାବକୁ ସୁଦୃଢ଼ କରିବା ସହ ଓଡ଼ିଆ ଜାତିର ମହାନତା ସହ ପରିଚିତ କରାଇଭାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.