Below header

ଆଜି ଅପରାହ୍ନରେ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ହେବ ଉଦ୍‌ଘାଟନ। ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବେ।

ହିଞ୍ଜିଳିକାଟୁ ପୌରାଞ୍ଚଳରେ ଅତ୍ୟାଧୁନିକ ବସ ଟର୍ମିନାଲ, ଉପଖଣ୍ଡ ଚିକିତ୍ସାଳୟ ସମେତ ବହୁ ଉନ୍ନୟନ ପ୍ରକଳ୍ପ ଲୋକାର୍ପଣ କରିବେ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି କାର୍ଯ୍ୟକ୍ରମରେ ସାଂସଦ, ଜିଲ୍ଲାର ସମସ୍ତ ବିଧାୟକ ଓ ବହୁ ପ୍ରଶାସନିକ ଅଧିକାରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.