ସ୍ୱାସ୍ଥ୍ୟକର୍ମୀଙ୍କ ସହିତ ପ୍ରସୂତୀ ଓ ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକା ପ୍ରଦାନରେ ଦିଆଯିବ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ୱାସ୍ଥ୍ୟକର୍ମୀଙ୍କ ସହିତ ପ୍ରସୂତୀ ଓ ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକା ପ୍ରଦାନରେ ଦିଆଯିବ ପ୍ରାଥମିକତା । କୋଭିଡ ପରିଚାଳନା ସମୀକ୍ଷା କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ । କରୋନାର ମୁକାବିଲା ପାଇଁ ବିଭିନ୍ନ ଟିକାର ପରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଟିକା ମିଳିବାର ଆଶା ଉଜ୍ଜ୍ୱଳ ହୋଇଛି । ଟିକା ଆସିଲେ, ସ୍ୱାସ୍ଥ୍ୟକର୍ମୀ, ପ୍ରସୂତୀ ଓ ୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ପ୍ରାଥମିକତା ମିଳିବ । ଏ କ୍ଷେତ୍ରରେ ଗୁରୁତର ରୋଗ ଭୋଗୁଥିବା ରୋଗୀଙ୍କ ଡାଟାବେସ୍‌ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସମାଜର ବିପଦସଙ୍କୁଳ ବର୍ଗର ବ୍ୟକ୍ତିମାନଙ୍କୁ ଟିକା ପ୍ରଦାନ ସମୟରେ ବୃତ୍ତିଗତ, ବୈଜ୍ଞାନିକ, ସଂପୂର୍ଣ୍ଣ ଫଳପ୍ରଦ ଯୋଜନା ପ୍ରସ୍ତୁତକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ କହିଛନ୍ତି, ଟିକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠାରୁ ଅଧିକ ଫଳପ୍ରଦ ପ୍ରତିରୋଧକ । ଆଗୁଆ ଯୋଜନା, ଭିତ୍ତିଭୂମି ସୃଷ୍ଟି, ଦକ୍ଷତା ଏବଂ ବିଭିନ୍ନ ସ୍ତରରେ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଫଳପ୍ରଦ ତଦାରଖ ଯୋଗୁ ସଂକ୍ରମଣକୁ ନିୟନ୍ତ୍ରଣ ହୋଇପାରିଲା । ଟିକାକରଣ ପାଇଁ ମଧ୍ୟ ଏବେଠାରୁ ସେହି ଅନୁଭବକୁ ଉପଯୋଗ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.