Below header

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଭୁବନେଶ୍ବର (କେନ୍ୟୁଜ୍) : ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ବଲାଙ୍ଗିର ରାଜେନ୍ଦ୍ର କଲେଜର ପ୍ଲାଟିନମ୍‌ ଜୁବଲି କାର୍ଯ୍ୟକ୍ରମରେ ସେ ଯୋଗଦେବେ । ଏହାସହ ବଲାଙ୍ଗିର ନିକଟ ବରକାନୀ ଗାଁରେ ଏଲପିଜି ବଟଲିଂ ପ୍ଲାଣ୍ଟକୁ ଉଦଘାଟନ କରିବେ ଉପରାଷ୍ଟ୍ରପତି । ଏହି ପ୍ଲାଣ୍ଟ ପାଇଁ ମୋଟ୍‌ ୧୦୩ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ୨୦୧୮ ମସିହା ମେ ୨୧ ତାରିଖରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ଉପରାଷ୍ଟ୍ରପତିଙ୍କ ବଲାଙ୍ଗିର ଗସ୍ତ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଉଛି । ସୁରକ୍ଷା ବ୍ୟବସ୍ଥାକୁ ବି କଡ଼ାକଡ଼ି କରିବ ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.