ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ କାଲି ଆସିବ ରାୟ

ନୂଆଦିଲ୍ଲୀ(କେନ୍ୟୁଜ୍):ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ସୁପ୍ରିମକୋର୍ଟରେ ରାୟ ସଂରକ୍ଷିତ । ଆସନ୍ତାକାଲି ଆସିବ ରାୟ । ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିଥିଲେ ସୁପ୍ରିମକୋର୍ଟ ଖଣ୍ଡପୀଠ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ନେଇ ଓଡ଼ିଶା ହାଇକୋର୍ଟଙ୍କ ଆଦେଶ ଉପରେ ରହିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟରେ ଆବେଦନ ଦାଖଲ ହୋଇଥିଲା । ଏନେଇ ଆଜି ସୁପ୍ରିମକୋର୍ଟଙ୍କ ଏକ ଗ୍ରୀଷ୍ମ ଅବକାଶ ବେଞ୍ଚରେ ଗୁୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଛି ।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ନିର୍ମାଣ କାର୍ଯ୍ୟ ଉପରେ ରହିତାଦେଶ ଜାରି କରିବା ପାଇଁ ଆବେଦନକାରୀ ସୁମନ୍ତ କୁମାର ଘଡେଇଙ୍କ ପକ୍ଷରୁ ଆଇନଜୀବୀ ଗୌତମ ଦାସ ଜନସ୍ୱାର୍ଥ ମାମଲା ଦାଖଲ କରିଥିଲେ । ଆଜି ସୁପ୍ରିମକୋର୍ଟରେ ମାମଲାର ଶୁଣାଣି ସରିଥିବା ବେଳେ ରାୟ ସଂରକ୍ଷିତ ରହିଛି ।

Leave A Reply

Your email address will not be published.