ଫିକା ପଡ଼ିବ ଦଶହରା ମଜା: ମହାଷ୍ଟମୀରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଚେତାବନୀ!

ଭୁବନେଶ୍ୱର(କେନ୍ୟୁଜ୍):  ଫିକା ପଡ଼ିବ ଦଶହରା ମଜା। ଷଷ୍ଠିରେ ଭିଜିବ ଉତ୍ତର ଉପକୂଳ ଓଡ଼ିଶା। ସପ୍ତମୀ, ଅଷ୍ଟମୀରେ ପ୍ରବଳ ବର୍ଷା। କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରାଯାଇଛି। ୨ତାରିଖରୁ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୩ ତାରିଖରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଚେତାବନୀ। ମହାଷ୍ଟମୀରେ ଭିଜିବ ପୁରା ରାଜ୍ୟ। ୩ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡି ସହିତ ବର୍ଷା ଆଶଙ୍କା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ବିଜୁଳି ଘଡଘଡି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଟାଇଫୁନ୍‌ ନୋରୁ ଦୁର୍ବଳ ହୋଇ ଗୋଟିଏ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଅକ୍‌ଟୋବର ପହିଲାରେ ଏହାର ଅବଶିଷ୍ଟାଂଶ ବଙ୍ଗୋପସାଗରକୁ ପ୍ରବେଶ କରିବା ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.