ବର୍ଷୀୟାନ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ୬୪ବର୍ଷ ବୟସରେ ପରଲୋକ

ଭୁବନେଶ୍ବର: ବର୍ଷୀୟାନ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ହୃଦଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ବର୍ଷ ବୟସ ହୋଇଥିଲା। ଅନେକ ଟିଭି ସିରିଏଲ ଓ ମଞ୍ଚରେ ଅଭିନୟ କରିଥିଲେ ।

RABI MISHRA

‘ଗୋପାଳ ରହସ୍ୟ’ର ମୁଖ୍ୟ ଚରିତ୍ରରେ  ତାଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍‌ ଆକୃଷ୍ଟ କରିଥିବା ବେଳେ , ହସେଇ ହସେଇ ଗଡେଇ ଥିଲେ ଦର୍ଶକଙ୍କୁ।ତେବେ ଅଭିନୟ ଜଗତରେ ନିଜର ଏକ ସ୍ବତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି ରବି ମିଶ୍ର। ତାଙ୍କ ବିୟୋଗରେ ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.