ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଉପରାଷ୍ଟ୍ରପତିଙ୍କ ଗୁରୁମନ୍ତ୍ର, କହିଲେ ସଚ୍ଚୋଟତା ଓ କଠିନ ପରିଶ୍ରମ ସଫଳତାର ମୂଳମନ୍ତ୍ର

କେନ୍ୟୁଜ୍(ବ୍ୟୁରୋ):  ଶିକ୍ଷା ହେଉଛି ସଫଳ ଜୀବନର ପ୍ରଥମ ପାହାଚ। ଚରିତ୍ର ଗଠନ ସହ ଶିକ୍ଷା ଜୀବନକୁ ଗଢିଥାଏ। ଶିକ୍ଷା ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଓ ସୁସଙ୍ଗଠିତ କରିଥାଏ ବୋଲି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ। ଚାକିରି ପଛରେ ନ ଗୋ଼ଡାଇ ନିଯୁକ୍ତିଦାତା ହେବାକୁ ଯୁବପିଢିକୁ ଆହ୍ଵାନ ଦେବା ସହ ଶୃଙ୍ଖଳା, ସଚ୍ଚୋଟତା ଓ କଠିନ ପରିଶ୍ରମ ସଫଳତାର ମୂଳମନ୍ତ୍ର ବୋଲି ସେ କହିଥିଲେ। ଉତ୍କଳ ବିଶ୍ୱବିଦ୍ୟାଳୟ ଦେଶର ଅନ୍ୟତମ ସ୍ୱନାମଧନ୍ୟ ବିଶ୍ୱବିଦ୍ୟାଳୟ। ଏହାସହ ଓଡ଼ିଶାର ଗୌରବମୟ ଇତିହାସର ସ୍ମୃତିଚାରଣ କରି ମହାନ ସଂସ୍କୃତି ଓ ପରମ୍ପରାକୁ ଭୂୟସୀ ପ୍ରଶଂସା କରିଥିଲେ।

 ପୂର୍ବ ଏସୀୟ ଦେଶ ସହ ନୌବାଣିଜ୍ୟ ମହାନ ପରମ୍ପରା ଥିଲା ବୋଲି ଉପରାଷ୍ଟ୍ରପତି କହିଥିଲେ। ରାଜ୍ୟର ଆଦିବାସୀଙ୍କ ସରଳ ଜୀବନଯାପନ ପ୍ରଶଂସନୀୟ। ରାଜ୍ୟର ୨୩ପ୍ରତିଶତ ଜନସଂଖ୍ୟା ହେଉଛନ୍ତି ଆଦିବାସୀ। ସେମାନଙ୍କ ସର୍ବାଙ୍ଗୀନ ବିକାଶ ହେବା ଆବଶ୍ୟକ ବୋଲି ଉପରାଷ୍ଟ୍ରପତି କହିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ଲାଭ କରିଥିବା ଦେଶର ୫ଜଣ ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରି ପ୍ରଦାନ କରିଥିଲେ ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ।

vice president 3

ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ସିଏଜି ଗିରିଶ ଚନ୍ଦ୍ର ମୁର୍ମୁ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ସଞ୍ଜୁ ପଣ୍ଡା, ଭାବା ଆଟୋମିକ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତିଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ୪୧ ଜଣଙ୍କୁ ପିଏଚଡି ଡିଗ୍ରୀ ଓ ୯୦ ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା। ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଉପରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ, ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ ସାମିଲ ହୋଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.