Below header

ଆଜିଠୁ ଭିଜିଲାନ୍ସ ସଚେତନତା ସପ୍ତାହ: ଏଥରର ଥିମ୍‌ ରହିଛି ‘ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ’

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ ହେବ । ଏଥର ଥିମ୍‌ ରହିଛି ‘ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ’ । ଲୋକସେବା ଭବନରେ ଆଜି ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆୟୋଜନ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।

ଏହି ଅବସରରେ ସଚୋଟ୍ଟତା ନେଇ ମୁଖ୍ୟମନ୍ତ୍ରୀ ଶପଥ ପାଠ କରାଇବେ । ଏହି କାର୍ଯ୍ୟକ୍ରମରେ ସିଧା ପ୍ରସାରଣ ହେବ । ଏଥିରେ ୭୦ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ, ଛାତ୍ରଛାତ୍ରୀ ଓ ରାଜ୍ୟ ସରକାରଙ୍କ କ୍ଷେତ୍ରାଧିକାରୀମାନେ ଯୋଡ଼ିହେବେ । ରାଜ୍ୟ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ପକ୍ଷରୁ ଭିଡିଓ କନଫରେନ୍‌ସିଂ ଜରିଆରେ ସବୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ବ୍ଲକ ଅଫିସକୁ ଯୋଡ଼ା ଯିବ । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସଚ୍ଚୋଟ୍ଟତା ନେଇ ସରକାରୀ ଅଧିକାରୀମାନେ ଶପଥ ନେବେ । ଭିଜିଲାନ୍‌ସ ସଚେତନତା ସପ୍ତାହ ଅବସରରେ ଜିଲ୍ଲା ଓ ବ୍ଲକ ସ୍ତରରେ ସଭା ସାଙ୍ଗକୁ ଡିବେଟ, କ୍ୱିଜ ଆଦି ପ୍ରତିଯୋଗିତା କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.