ଭିଜିଲାନ୍ସ ଜାଲରେ ମତ୍ସ୍ୟ ଅଧିକାରୀ, ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଠାରୁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର : ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରା ପଡିଲେ ମତ୍ସ୍ୟ ଅଧିକାରୀ । ସୁବର୍ଣ୍ଣପୁର ବୀରମହାରାଜାପୁର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପ୍ରଧାନଙ୍କୁ ଧରିଛି ଭିଜିଲାନ୍ସ । ଏକ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଠାରୁ ନେଉଥିଲେ ଲାଞ୍ଚ । ସେହିପରି ଅନ୍ୟ ଜଣେ ବ୍ୟକ୍ତି ବାବୁଲାଲ ବାରିକଙ୍କ ମାଧ୍ୟମରେ ନେଉଥିଲେ ଲାଞ୍ଚ । ଟ୍ରାପ ପରେ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ । ବିଭୂତି ପ୍ରଧାନଙ୍କ ଦୁଇଟି ସ୍ଥାନ ଓ ବାବୁଲାଲ ବାରିକଙ୍କ ଗୋଟିଏ ସ୍ଥାନରେ ଚାଲିଛି ଯାଞ୍ଚ ।
ସୂଚନା ଅନୁସାରେ ଗାଁ ପୋଖରୀରେ ମାଛ ଚାଷ ସବସିଡ଼ି ପାଇଁ ସ୍ୱୟଂ ସହାୟିକା ଗୋଷ୍ଠୀ ଠାରୁ ମାଗିଥିଲେ ୪୫ ହଜାର ଟଙ୍କା । ପରେ ୩୦ ହଜାର ଟଙ୍କା ପାଇଁ ରାଜି ହୋଇ ଥିଲେ । ଆଜି ଲାଞ୍ଚ ନେବାବେଳେ ଧରା ପଡିଗଲେ ଦୁଇ ଅଧିକାରୀ । ଉଭୟଙ୍କୁ ଅଟକ ରଖି ପଚରା ଉଚୁରା ଜାରି ରଖିଛି ଭିଜିଲାନ୍ସ ।
ଆହୁରି ପଢ଼ନ୍ତୁ : ପୁରୀ ରଥଯାତ୍ରା ପାଇଁ ପ୍ରସ୍ତୁତି, କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଆଜି ସମନ୍ବୟ ବୈଠକ