ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୧୮ଟି ସ୍ଥାନରେ ଚାଲିଛି ଚଢ଼ାଉ

ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟର ୧୮ଟି ସ୍ଥାନରେ ଚଢ଼ାଉ

(କେନ୍ୟୁଜ): ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ। ରାଜ୍ୟର ୧୮ଟି ସ୍ଥାନରେ ଚଢ଼ାଉ ହେଉଥିବା ବେଳେ କେନ୍ଦୁଝର ଜିଲ୍ଲାରେ ୬ଟି ସ୍ଥାନ ସହିତ କଲେଜ ରୋଡ଼ ବିଣିଆପାଟ, ବଜାଜ ସୋ’ରୁମ, ହୋଟେଲ ଇଣ୍ଡିଆଠାରେ ଭିଜିଲାନ୍ସ ଅଧିକାରୀ ମାନେ ଚଢ଼ାଉ କରୁଛନ୍ତି। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି। ଉମେଶ ଚନ୍ଦ୍ର ଜେନାଙ୍କ ଶ୍ୱଶୁର ଘର ଘଷିପୁରା ଥାନା ରେକୁଟିଆରେ ମଧ୍ୟ ଭିଜିଲାନ୍ସର ଏକ ଟିମ ଚଢଉ ଜାରି ରଖିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like