Categories: ରାଜ୍ୟ

ଭିଜିଲାନ୍ସ ଜାଲରେ ଭଣ୍ଡାରୀପୋଖରୀ ଥାନାଧିକାରୀ

ଭଣ୍ଡାରୀପୋଖରୀ(କେନ୍ୟୁଜ୍) : ଭିଜିଲାନ୍ସ ଜାଲରେ ଭଣ୍ଡାରୀପୋଖରୀ ଥାନାଧିକାରୀ । ଭଣ୍ଡାରୀପୋଖରୀ ଥାନା ଆଇଆଇସି ଅମିତ ବିଶ୍ୱାଳ ୭୦ ହଜାର ଟଙ୍କା ନେଇ ନିଜ ଗାଁ ଜଳେଶ୍ୱରକୁ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଶେରଗଡ଼ ଟୋଲଗେଟ ଠାରେ ବାଲେଶ୍ୱର ଭିଜିଲାନ୍ସ ସରପ୍ରାଇଜ ଚେକିଂ କରୁଥିବା ବେଳେ ଅମିତଙ୍କ କାରରୁ ଟଙ୍କା ମିଳିଥିଲା।

ଗତକାଲି ଶେରଗଡ଼ ଟୋଲଗେଟରେ ଭିଜିଲାନ୍ସ ଡିଏସପି ସରପ୍ରାଇଜ ଚେକିଂ କରିଥିଲେ। ତେବେ ଏତେ ଟଙ୍କା ନେଇ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇନପାରିବାରୁ ଭିଜିଲାନ୍ସ ତାଙ୍କୁ ଅଟକ ରଖି ପଚରାଉଚୁରା କରିଛି। ସେପଟେ ତାଙ୍କର ମୟୁରଭଞ୍ଜ ସ୍ଥିତ ବ୍ରାହ୍ମଣ ଶାସନ ଓ ବାଙ୍ଗିରିପୋଡି ଶ୍ୱଶୂର ଘରେ ଭିଜିଲାନ୍ସର ଦୁଇଟି ଟିମ ଚଢାଉ କରିଛି ।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

55 seconds ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

15 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

30 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

41 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

52 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago