ରାଜ୍ୟ

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଜୁନିୟର କ୍ଲର୍କ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍‌

ରାଉରକେଲା (କେନ୍ୟୁଜ): ଭିଜିଲାନ୍ସ ଜାଲରେ କିରାଣି। ରାଉରକେଲା ଗ୍ରାମ୍ୟ ପୂର୍ତ୍ତ ବିଭାଗ ଜୁନିୟର କ୍ଲର୍କ ନନ୍ଦୀ କିଶୋର ନାଥଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ୍‌। ଭୁବନେଶ୍ୱର, ବରଗଡ଼, ରାଉରକେଲା ଓ ସମ୍ବଲପୁରର ୬ଟି ସ୍ଥାନରେ ଏକକାଳୀନ ଚାଲିଛି ଚଢାଉ। ଚଢାଉରେ ୩ଜଣ DSP,୯ଜଣ ଇନିସପେକ୍ଟର, ଜଣେ ଏସ୍‌ଆଇ ଓ ୨ଜଣ ASIଙ୍କ ସମେତ ଅନ୍ୟ ଭିଜିଲାନ୍‌ସ କର୍ମଚାରୀ ସାମିଲ ଅଛନ୍ତି।

ଆଜି ସକାଳୁ ସକାଳୁ ରାଉରକେଲା ପାନପୋଷ ନିକଟରେ ଥିବା ନନ୍ଦୀ କିଶୋରଙ୍କ ସରକାରୀ କ୍ୱାର୍ଟର୍ସ, ଭୁବନେଶ୍ୱରର ଲକ୍ଷ୍ମୀସାଗରରେ ଥିବା ଫ୍ଲାଟ, ବରଗଡ଼ରେ ଥିବା ପୈତୃକ ଘର, ରାଉରକେଲାରେ ଥିବା ଅଫିସ ଚାମ୍ବର, ସମ୍ବଲପୁର ଅଇଁଠାପଲ୍ଲୀରେ ଥିବା ଘର, ସମ୍ବଲପୁରରେ ଥିବା ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ରେଡ ଚାଲିଛି। ଏହି ଚଢ଼ାଉରେ ୩ ଡିଏସ୍‌ପି, ୯ ଇନ୍ସପେକ୍ଟର, ଜଣେ ଏସ୍‌ଆଇ, ୨ ଜଣ ଏଏସ୍‌ଆଇ ପ୍ରମୁଖ ସାମିଲ ହୋଇଛନ୍ତି। ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ଦ୍ୱାରା ଜାରି ୱାରେଣ୍ଟ ବଳରେ ଏହି ଚଢ଼ାଉ ହେଉଛି।

Barsha

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

2 hours ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

5 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

5 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

5 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

6 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

6 hours ago