ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

ଝାରସୁଗୁଡ଼ା(କେନ୍ୟୁଜ୍) : ୫ ହଜାର ଟଙ୍କା ଲାଞ୍ଚ ନେଇ ଫଶିଗଲେ ସିଡିଏମ୍‌ଓ । ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଉଷାରାଣୀ ଦାସ। ଠିକାଦାରଙ୍କ ବିଲ୍‌ ପାସ୍‌ କରାଇଦେବା ପାଇଁ ଉଷାରାଣୀ ଦେବାନନ୍ଦଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ଦେବାନନ୍ଦ ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ପୂର୍ବ ଯୋଜନା ମୁତାବକ ଉଷାରାଣୀ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିବା ସହ ଟଙ୍କା ଜବତ କରିଛି। ଉ ଷାରାଣୀଙ୍କ ଘରେ ମଧ୍ୟ ଭିଜିଲାନ୍ସ ଟିମ୍‌ ଚଢାଉ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.