ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ଏଆରଆଇ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୮ଟି ସ୍ଥାନରେ ଚଢ଼ାଉ
କୋରାପୁଟ: ଭିଜିଲାନ୍ସ ଜାଲରେ ଏଆରଆଇ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ କୁମୁଳି ସର୍କଲର ଆସିଷ୍ଟାଣ୍ଟ ଏଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହେଉଛି । ବୋରିଗୁମ୍ମାରେ ଥିବା ଏକ ବିଲ୍ଡିଂ ସହ ସରକାରୀ ଅଫିସ ଚାମ୍ବରରେ ଚଢ଼ାଉ ହୋଇଛି । ବୋରିଗୁମ୍ମାରେ ଆବାସିକ ଦୁଇ ମହଲା ଘରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଝିଅଙ୍କ ଭଡା ଘର, ରଣସପୁରରେ ଥିବା ପୈତୃକ ଘର, ସମ୍ପର୍କୀୟଙ୍କ ଘର ଓ ଦୁଇ ମହଲା ମାର୍କେଟ କମ୍ପ୍ଲେକ୍ସରେ ଚଢ଼ାଉ ଜାରି ରହିଛି । ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଚଢ଼ାଉରେ ୩ ଜଣ ଡିଏସପି, ୭ଜଣ ଇନ୍ସପେକ୍ଟର, ୫ଜଣ ଏଏସଆଇ ଓ ଭିଜିଲାନ୍ସ ଟିମ୍ ସାମିଲ ହୋଇଛନ୍ତି