ଯାଜପୁର ଧର୍ମଶାଳା ସବ୍‌ ରେଜିଷ୍ଟ୍ରାର କାର୍ଯ୍ୟାଳୟ କନିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ, ନିଜସ୍ୱ ଗାଁ ଚାହଟା ଘରୁ ୮ଲକ୍ଷରୁ ଅଧିକ ଟଙ୍କା ସହ ସୁନା ଓ ରୂପା ଅଳଙ୍କାର ଜବତ

ଯାଜପୁର: ଭିଜିଲାନ୍ସ ଜାଲରେ କିରାଣୀ । ଯାଜପୁର ଧର୍ମଶାଳା ସବ୍‌ ରେଜିଷ୍ଟ୍ରାର କାର୍ଯ୍ୟାଳୟ କନିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି । ଏକକାଳୀନ ୭ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ।

କିରାଣୀଙ୍କ ନିଜସ୍ୱ ଗାଁ ଚାହଟା ଘରୁ ପାଖାପାଖି ୮ଲକ୍ଷରୁ ଅଧିକ ଟଙ୍କା ସହ ସୁନା ଓ ରୂପା ଅଳଙ୍କାର ଜବତ ହୋଇଛି । ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର  ମିଳିଥିବା ସୂଚନା ଦେଇଛନ୍ତି ଭିଜିଲାନ୍ସ ଡିଏସ୍‌ପି ସୁରେନ୍ଦ୍ର ରାୟଗୁରୁ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.