କେନ୍ୟୁଜ୍(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଆଇଆଇସି । ସ୍ଥାନୀୟ ଅଞ୍ଚଳର ଅଇଁଠା ସେଠୀ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନସ ହାତରେ ଧରାପଡିଛନ୍ତି ଆଇଆଇସି ଚିତ୍ତରଞ୍ଜନ ବେହେରା । ଏକ ଯୌତୁକ ନିର୍ୟ୍ୟାତନା କେସରେ ଦଫା ୩୦୭ ଉଠାଇଦେବା ପାଇଁ ଆଇଆଇସି ୬ହଜାର ଟଙ୍କା ଡିମାଣ୍ଡ କରିଥିଲେ।
ଯାହା ନାଁରେ ଅଭିଯୋଗ ରହିଥିଲା ତାଙ୍କଠାରୁ ଆଜି ୬ହଜାର ଟଙ୍କା ନେଉଥିବା ବେଳେ ଚଢାଉ କରିଥିଲା କଟକ ଓ ଢେଙ୍କାନାଳ ଉଭୟ ଶାଖାର ଭିଜିଲାନସ ବିଭାଗ। ଆଇଆଇସିଙ୍କୁ ଭିଜିଲାନସ ନିଜ ହେପାଜତକୁ ନେଇ ଅଧିକ ତଦନ୍ତ ଚଳାଇଛି।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…