ଅନୁଗୁଳ : ଚୋର ଧରିବାକୁ ଯାଇ ଗାଁ ଲୋକଙ୍କ ଠାରୁ ଖାଇଲେ ଛେଚା। ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ସଞ୍ଜପଡା ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହେଲେ ପୋଲିସ୍ । ପୋଲିସ ସାଦା ପୋଷାକରେ ଗାଁକୁ ଚୋର ଧରିବାକୁ ଯାଇଥିବା ବେଳେ ପିଲା ଚୋର ସନ୍ଦେହରେ ଗାଁ ଲୋକ ମାଡ ମାରିବା ସହ ଗାଡି ଭଙ୍ଗାରୁଜ୍ଜା କରିଛନ୍ତି ।
କିଛି ପୋଲିସ କର୍ମଚାରୀ ଜଣେ ଚୋରକୁ ଧରିବାକୁ ସାଧା ପୋଷାକରେ ଗାଁକୁ ଯାଇଥିଲେ । ଗାଁରେ ବୁଲାବୁଲି କରୁଥିବା ବେଳେ ପିଲାଚୋର ସନ୍ଦେହରେ ଗାଁ ଲୋକ ଏକାଠି ହୋଇ ମିଳିତ ଆକ୍ରମଣ କରିଥିଲେ । ଆକ୍ରମଣ ବେଳେ ପୋଲିସ ପରିଚୟ ଦେବା ପରେ ମଧ୍ୟ ଗାଁ ଲୋକ ଶୁଣି ନଥିଲେ । ଖବର ପାଇ ବଅଁରପାଳ ପୋଲିସ ସେଠାରେ ପହଞ୍ଚି ସେମାନଙ୍କୁ ମୁକୁଳାଇଥିଲେ। ଶାନ୍ତି ଶୃଙ୍ଖଳା ପାଇଁ ଗାଁରେ ୨ ପ୍ଲାଟୁନ ପୋଲିସ ଫୋର୍ସ ମୂତୟନ କରା ଯାଇଛି । ଗିରଫଦାରୀ ଭୟରେ ପୁରୁଷଶୂନ୍ୟ ହୋଇ ପଡିଛି ଗାଁ ।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…