ଆଭାସି ମାଧ୍ୟମରେ ହେବ ଜମିଜମା ସମ୍ପର୍କିତ କେସ ଫଇସଲା, ଏପ୍ରିଲରୁ ୩୧୭ ତହସିଲରେ କାର୍ଯ୍ୟକାରୀ ହେବ ଭର୍ଚୁଆଲ କୋର୍ଟ

ଚଳିତ ବର୍ଷ ପୂରଣ ହେବ ୫୪୫ OAS/ORS ପଦବୀ। Opsc ଜରିଆରେ ଏହି ପଦବୀ ପୂରଣ କରାଯିବ। ରାଜସ୍ବ ବିଭାଗର କର୍ମଚାରୀ ଅଭାବ ଦୂର ପାଇଁ ୫୦୦୦ ନୂଆ ନିଯୁକ୍ତି କରାଯିବ। RI,ARI ଭଳି ବିଭିନ୍ନ ପଦବୀରେ ନିଯୁକ୍ତି ଦିଆଯିବ।

କଟକ(କେନ୍ୟୁଜ): ଏପ୍ରିଲରୁ ୩୧୭ ତହସିଲରେ କାର୍ଯ୍ୟକାରୀ ହେବ ଭର୍ଚୁଆଲ କୋର୍ଟ। ଆଭାସି ମାଧ୍ୟମରେ ହେବ ଜମିଜମା ସମ୍ପର୍କିତ କେସ ଫଇସଲା। ପରୀକ୍ଷାମୂଳକ ଭାବେ ୮୦ଟି ତହସିଲ କାର୍ଯ୍ୟାଳୟରେ ଆରମ୍ଭ ହୋଇଥିବା ବେଳେ ୩୦୦୦ ମାମଲାର ସମାଧାନ ହୋଇଛି। ଚଳିତ ବର୍ଷ ପୂରଣ ହେବ ୫୪୫ OAS/ORS ପଦବୀ। Opsc ଜରିଆରେ ଏହି ପଦବୀ ପୂରଣ କରାଯିବ। ରାଜସ୍ବ ବିଭାଗର କର୍ମଚାରୀ ଅଭାବ ଦୂର ପାଇଁ ୫୦୦୦ ନୂଆ ନିଯୁକ୍ତି କରାଯିବ। RI,ARI ଭଳି ବିଭିନ୍ନ ପଦବୀରେ ନିଯୁକ୍ତି ଦିଆଯିବ।

ସବ ରେଜିଷ୍ଟ୍ରାର ଅଫିସରେ ଦୁର୍ନୀତି ରୋକିବାକୁ ସ୍ମାର୍ଟ ସର୍ଭିଲାନସ ବ୍ୟବସ୍ଥା କରାଯାଉଛି। ଅଡିଓ ଭିଜୁଆଲ ବ୍ୟବସ୍ଥା ରହିବ। ଜମି ଚିହ୍ନଟ ଅସଙ୍ଗତି ଦୂର କରିବାକୁ ହାଇଟେକ୍ ସର୍ଭେ କରାଯିବ। ହସ୍ପିଟାଲରେ ନିରବିଛିନ୍ନ ବିଦ୍ୟୁତ୍ ସେବା ଯୋଗାଇ ଦେବାକୁ ପ୍ରତି ଜିଲ୍ଲା ହସ୍ପିଟାଲ୍ ରେ ଅଣ୍ଡର କେବଲିଙ୍ଗ ବ୍ୟବସ୍ଥା କରାଯିବ।

ଲୋକଙ୍କୁ ତ୍ୱରିତ ସେବା ଯୋଗାଇବା ପାଇ ୫୪ ଟି ସେବାରେ ସମୟ ଅବଧି ହ୍ରାସ କରାଯାଇଛି। ମ୍ୟୁଟେଶନ, ଜାତିଗତ ପ୍ରମାଣ ପତ୍ର, ଆୟ ପ୍ରମାଣ ପତ୍ର ଭଳି ୫୪ ଟି ସେବାର ସମୟ ଅବଧି ହ୍ରାସ କରାଯାଇଛି। ବିପର୍ଯ୍ୟୟ ପରିଚାଳନାରେ ସଫଳତା ପାଇଁ ରାଜ୍ୟ ସରକାରଙ୍କୁ ସୁବାସ ଚନ୍ଦ୍ର ଆପଦା ସମ୍ମାନରେ ସମ୍ମାନିତ କରାଯିବ। ଆସନ୍ତା କାଲି ପ୍ରଧାନମନ୍ତ୍ରୀ ପୁରସ୍କୃତ କରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.