ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଜନ୍ମଦିନ ଅବସରରେ ଅନୁଷ୍ଠିତ ହେଲା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ଯାଜପୁର, ଯାଜପୁର ଟାଉନ(କେନ୍ୟୁଜ୍): ଯାଜପୁର ଅମ୍ବିକା ମଣ୍ଡପ ପରିସରରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଜନ୍ମଦିନ ଅବସରରେ ବିଜୁ ଯୁବ ଜନତା ଦଳ ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ବରୀ ବିଧାୟିକା ସୁନନ୍ଦା ଦାସ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି ଅବସରରେ ବିଜୁ ଜନତା ଏବଂ ଯୁବ ଜନତା ଦଳର କର୍ମୀ ଓ ନେତା ମାନେ ଯୋଗ ଦେଇ ରକ୍ତଦାନ କରିଥିଲେ। ଯାଜପୁର ବ୍ଲକ ଅଧ୍ୟକ୍ଷ ପ୍ରଦୀପ ନାୟକ ଙ୍କ ସମେତ ବହୁ ସ୍ୱେଚ୍ଛାସେବୀ ରକ୍ତଦାନ କାର୍ଯ୍ୟକ୍ରମରେ ସାମିଲ ଥିଲେ ।

ସେହିପରି ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ସାହାଣିଢିହ ପଂଚାୟତରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଉଦଘାଟନ କରିବା ସହ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟା ପ୍ରଣତି ଲେଙ୍କା, ସ୍ଥାନୀ ୟସରପଂଚ ଗିରିଧାରୀ ଜେନାଙ୍କ ସମେତ ଯୁବଛାତ୍ର କର୍ମୀମାନେ ଯୋଗଦେଇଥିଲେ । ଏହି ଶିବିରରୁ ୭୭ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.