ରାଜ୍ୟ

ଭୁବନେଶ୍ବର: ୧୨୦ ଅର୍ଦ୍ଧସାମରିକ ବାହିନୀ ପରିସରରେ  ଜାତୀୟ ସେନା ଦିବସ ପାଳନ କଲେ ସ୍ବେଚ୍ଛାସେବୀ, କେକ୍ ଖୁଆଇ ଜଣାଇଲେ ଅଭିନନ୍ଦନ

ଭୁବନେଶ୍ବର(କେନ୍ୟୁଜ୍):  ନୟାପଲ୍ଲୀ ୱାର୍ଡ ନଂ ୩୯ ଅଧିନରେ ଥିବା ୧୨୦ ଅର୍ଦ୍ଧସାମରିକ ବାହିନୀ ପରିସରରେ ସେନା ଦିବସ ପାଳନ କଲେ ସ୍ବେଚ୍ଛାସେବୀ।  ବିଜୁ ଛାତ୍ର ଜନତା ଦଳର ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ସଂପାଦକ ଶାଶ୍ୱତ ଲେଙ୍କାଙ୍କ ନେତୃତ୍ୱରେ ମଧ୍ୟ ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନା, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ଦେବୀରଞ୍ଜନ ତ୍ରିପାଠୀ ଓ ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଂପାଦକ ମିଲନ୍ କୁମାର ପାଇକରାୟ ଯବାନ ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହା ସହ ଉତ୍ତରୀୟ ପ୍ରଦାନ କରିବା ସହ କେକ୍ ଖୁଆଇ ଅଭିନନ୍ଦନ ଜଣାଇଥିଲେ ।

ଦିନରାତି ଅହରହ ପରିଶ୍ରମ କରି ନିଜ ଜିବନକୁ ବାଜି ଲଗାଇ ନିଜ ପରିବାର ଠାରୁ ଦୂରରେ ରହି ଶତ୍ରୁ ମାନଙ୍କ କବଳରୁ ଦେଶକୁ ରକ୍ଷା କରିବା ସହ ସଦାସର୍ବଦା ଆମ୍ଭମାନଙ୍କୁ ସୁରକ୍ଷା ଦେଇ ଆସୁଛନ୍ତି । ଏହି ଉଦ୍ଦେଶ୍ୟରେ ଜବାନ ମାନଙ୍କୁ ଆହୁରି ଅସୀମ ଶକ୍ତି ପ୍ରଦାନ କରିବା ସହ ସେମାନଙ୍କ ପରିବାରକୁ ସୁଖ ଶାନ୍ତିରେ ରଖିବା ପାଇଁ ଯୁବ ଜନତା ଦଳର କର୍ମୀମାନେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଂପାଦକ ମିଲନ୍ କୁମାର ପାଇକରାୟ, ଅର୍ଜୁନ ବେହେରା, ପ୍ରଭୁଦତ୍ତ ସାମଲ, ସମାଜ ସେବୀ ଅନୁଜ ଚନ୍ଦନ ନାୟକ,ସମୀରଣ ଦାସ, ସୌମରଞ୍ଜନ ସ୍ୱାଇଁ, ରାକେଶ କୁମାର ଜାଲି, ଶିବ ପ୍ରସାଦ ସାହୁ, ସୁମନ କୁମାର ଜେନା, ରାକେଶ ବେହେରା, ସୂର୍ଯ୍ୟ ନାରାୟଣ ମହାପାତ୍ର, ସର୍ବେଶ୍ୱର ବେହେରା ଓ ନିହାର ରଞ୍ଜନ ମହାପାତ୍ର ପ୍ରମୁଖ ସାମିଲ ଥିଲେ ଓ ଉକ୍ତ କାର୍ଯ୍ୟକ୍ରମକୁ ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଂପାଦକ ମିଲନ୍ କୁମାର ପାଇକରାୟ ପରିଚାଳନା କରିଥିଲେ ।

KNews Bureau

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

15 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

15 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

22 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

28 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

45 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

54 mins ago