ଆଜି ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ୬ ଲୋକସଭା ଓ ୪୨ ବିଧାନସଭା ପାଇଁ ପଡିବ ଭୋଟ
ଆଜି ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ । ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ମତଦାନ ହେବ । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା ଆସନ ଓ ୪୨ ବିଧାନସଭା ସିଟରେ ଭୋଟ ନିଆଯିବ । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ ।

ଭୁବନେଶ୍ୱର (କେନ୍ୟୁଜ): ଆଜି ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ । ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ମତଦାନ ହେବ । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା ଆସନ ଓ ୪୨ ବିଧାନସଭା ସିଟରେ ଭୋଟ ନିଆଯିବ । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ ।
ତେବେ ରେଢ଼ାଖୋଲ ଓ କୁଚିଣ୍ଡାରେ ଅପରାହଣ ୪ଟା ଯାଏ ଏବଂ ଦେବଗଡ଼ରେ ଅପରାହଣ ୫ଟା ଯାଏ ଭୋଟ ଗ୍ରହଣ କରାଯିବ । ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪ ସାଂସଦ ପ୍ରାର୍ଥୀ ଓ ୩୮୩ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଜନତା ଜନାର୍ଦ୍ଦନ । ଏହି ପର୍ଯ୍ୟାୟରେ ରହଛି ବହୁ ଚର୍ଚ୍ଚିତ ଆସନ ଓ ଲଢୁଛନ୍ତି ବହୁ ଚର୍ଚ୍ଚିତ ଚେହେରା । ବହୁ ହେଭିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୯୪ ଲକ୍ଷ ୪୮ ହଜାର ଭୋଟର ମତଦାନ କରିବେ । ପୁରୁଷ ଭୋଟର ୪୮ଲକ୍ଷ ୩୦ହଜାର ଥିବା ବେଳେ ୪୬ ଲକ୍ଷ ୧୮ ହଜାର ମହିଳା ଭୋଟର ଅଛନ୍ତି । ୨୧ ପ୍ରତିଶତ ଯୁବ ଭୋଟର । ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୦ ହଜାର ୫୫୧ ବୁଥରେ ହେବ ମତଦାନ । ୨ହଜାର ମଡେଲ ବୁଥ ରହିଛି । ମତଦାନ ପ୍ରକ୍ରିୟାକୁ ସୁରୁଖୁରରେ ସମ୍ପାଦନ ପାଇଁ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।