ରାଜ୍ୟ

ଆଜି ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ୬ ଲୋକସଭା ଓ ୪୨ ବିଧାନସଭା ପାଇଁ ପଡିବ ଭୋଟ

ଭୁବନେଶ୍ୱର (କେନ୍ୟୁଜ): ଆଜି ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ।  ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ମତଦାନ ହେବ ।  ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା ଆସନ ଓ ୪୨ ବିଧାନସଭା ସିଟରେ ଭୋଟ ନିଆଯିବ ।  ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ  ।

ତେବେ ରେଢ଼ାଖୋଲ ଓ କୁଚିଣ୍ଡାରେ ଅପରାହଣ ୪ଟା ଯାଏ ଏବଂ ଦେବଗଡ଼ରେ ଅପରାହଣ ୫ଟା ଯାଏ ଭୋଟ ଗ୍ରହଣ କରାଯିବ ।  ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪ ସାଂସଦ ପ୍ରାର୍ଥୀ ଓ ୩୮୩ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଜନତା ଜନାର୍ଦ୍ଦନ ।  ଏହି ପର୍ଯ୍ୟାୟରେ ରହଛି ବହୁ ଚର୍ଚ୍ଚିତ ଆସନ ଓ ଲଢୁଛନ୍ତି ବହୁ ଚର୍ଚ୍ଚିତ ଚେହେରା ।  ବହୁ ହେଭିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ।  ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୯୪ ଲକ୍ଷ ୪୮ ହଜାର ଭୋଟର ମତଦାନ କରିବେ ।  ପୁରୁଷ ଭୋଟର ୪୮ଲକ୍ଷ ୩୦ହଜାର ଥିବା ବେଳେ ୪୬ ଲକ୍ଷ ୧୮ ହଜାର ମହିଳା ଭୋଟର ଅଛନ୍ତି । ୨୧ ପ୍ରତିଶତ ଯୁବ ଭୋଟର ।  ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୦ ହଜାର ୫୫୧ ବୁଥରେ ହେବ ମତଦାନ । ୨ହଜାର ମଡେଲ ବୁଥ ରହିଛି ।  ମତଦାନ ପ୍ରକ୍ରିୟାକୁ ସୁରୁଖୁରରେ ସମ୍ପାଦନ ପାଇଁ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

Barsha

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

29 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

31 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

38 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

47 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

47 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago