ରାଜ୍ୟ

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ, ୩୦ ଜିଲ୍ଲାର ୭୧ ବ୍ଲକ ଅନ୍ତର୍ଗତ ୨୦୦ ଜିଲ୍ଲା ପରିଷଦ ଆସନ ପାଇଁ ନିଆଯାଉଛି ଭୋଟ୍‌

ଭୁବନେଶ୍ବର(କେନ୍ଯୁଜ୍): ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ । ୩୦ ଜିଲ୍ଲାର ୭୧ ବ୍ଲକ ଅନ୍ତର୍ଗତ ୨୦୦ ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ୍‌ ନିଆଯାଉଛି । ମୈଦାନରେ ଅଛନ୍ତି ୭୨୬ ପ୍ରାର୍ଥୀ । ସେହିପରି ୧୬ଶହ ୬୯ ପଞ୍ଚାୟତରେ ଭୋଟିଂ ହେଉଛି । ଏଥିପାଇଁ ୨୨ହଜାର ୩୭୯ ବୁଥ୍‌ କରାଯାଇଛି ।

ସେଭିତରୁ ୩ହଜାର ୩୫୭ ବୁଥ୍‌ ଉତ୍ତେଜନାପ୍ରବଣ । ପ୍ରଥମ ପର୍ଯ୍ୟାୟରେ ୬୭ଲକ୍ଷ ୫୧ ହଜାର ଭୋଟର ମତାଧିକାର ସାବ୍ୟସ୍ତ କରୁଛନ୍ତି । ଏହି ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧୬, ମୟୂରଭଞ୍ଜରେ ୧୫, କଟକରେ ୧୨, ବାଲେଶ୍ୱରରେ ୧୦ ଜିଲ୍ଲା ପରିଷଦ ଆସନରେ ଭୋଟଗ୍ରହଣ ହେଉଛି । ବରଗଡ଼ ଓ ଯାଜପୁର ଜିଲ୍ଲାରେ ୯ଟି ଲେଖାଏ, ଅନୁଗୋଳରେ ୮ଟି, ଭଦ୍ରକରେ ୭ ଜିଲ୍ଲା ପରିଷଦ ଆସନରେ ଭୋଟିଂ ଚାଲିଛି । ଦିନ ଗୋଟାଏ ଯାଏ ମତଦାନ ଚାଲିବ।

Sonalisa

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

10 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

21 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

34 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

37 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

57 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago