ରାଜ୍ୟ

୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ

କେନ୍ୟୁଜ୍‌: ୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ। ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ। ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ଚାଲିଛି ମତଦାନ। ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ଏକ କୋଟି ଭୋଟର ।

ନିର୍ବାଚନ ରଣାଙ୍ଗନରେ ଅଛନ୍ତି ୬୬ ଜଣ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ ପ୍ରାର୍ଥୀ। ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ସର୍ବାଧିକ ଭୋଟର ଅଛନ୍ତି। ମୋଟ ୯୯ ଲକ୍ଷ ୬୧ ହଜାର ଭୋଟରଙ୍କ ମଧ୍ୟରୁ ୫୦ଲକ୍ଷ ୮୮ ହଜାର ପୁରୁଷ। ମହିଳା ଭୋଟରଙ୍କ ସଂଖ୍ୟା ୪୮ ଲକ୍ଷ ୭୨ ହଜାର। ମୋଟ ୧୦ ହଜାର ୮୮୨ଟି ମତଦାନ କେନ୍ଦ୍ର ରହିଥିବା ବେଳେ ୧୪ଶହରୁ ଅଧିକ ସଖୀ ବୁଥ ରହିଛି ।

୨୦ ପ୍ରତିଶତ ବୁଥକୁ ଆଦର୍ଶ ବୁଥ କରାଯାଇଛି। ସୁରୁଖୁରୁରେ ନିର୍ବାଚନ ପରିଚାଳନା ପାଇଁ ନିୟୋଜିତ ହୋଇଛନ୍ତି ୭୦ ହଜାର ପୋଲିଂ କର୍ମଚାରୀ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରାଜ୍ୟ ପୋଲିସ ସହ ୧୨୬ କଂପାନୀ ସେଣ୍ଟ୍ରାଲ ଆର୍ମଡ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

Sonalisa

Recent Posts

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

6 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

41 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

48 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago