ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ୩ଟି ମହାନଗର ନିଗମରେ ହେବ ମତଦାନ: ୨୨ ହଜାର ପୋଲିଂ କର୍ମଚାରୀ ହେବେ ନିୟୋଜିତ 

କେନ୍ୟୁଜ୍(ବ୍ୟୁରୋ): ୨୪ ତାରିଖରେ ରାଜ୍ୟର ୩ଟି ମହାନଗର ନିଗମ, ୪୭ଟି ମୁନିସିପାଲଟି ଓ ୫୯ଟି NAC ରେ ମତଦାନ ହେବ । ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ଚାଲିବ ଭୋଟ୍‌ ଗ୍ରହଣ । ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ୨୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହେବେ । ପ୍ରତ୍ୟେକ ପୋଲିଂ ପାର୍ଟିରେ ଜଣେ ପ୍ରିଜାଇଡିଂ ଅଫିସର ଆଉ ୪ ଜଣ ପୋଲିଂ ଅଫିସର ରହିବେ । ୨୩ ତାରିଖ ଅପରାହ୍ନ ସୁଦ୍ଧା ସମସ୍ତ ପୋଲିଂ କର୍ମଚାରୀ ନିଜର ଭୋଟ ଗ୍ରହଣ କେନ୍ଦ୍ରରେ ପହଞ୍ଚିବେ ।

ମୋଟ୍‌ ୧ ହଜାର ୭୩୭ ୱାର୍ଡରେ ହେବ ପୌର ପରିଷଦ ନିର୍ବାଚନ । ୪ ହଜାର ୩୭୩ ବୁଥରେ ୪୦ ଲକ୍ଷ ୫୫ହଜାର ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ । ପୌର ନିର୍ବାଚନରେ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ । ବିଏମସି ପାଇଁ ୩୦, ସିଏମସି ପାଇଁ ୨୦ ଓ ବ୍ରହ୍ମପୁର ମହାନଗର ନିଗମ ପାଇଁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ । ଆସନ୍ତା ୨୬ ତାରିଖ ସକାଳ ୮ଟାରୁ ଆରମ୍ଭ ହେବ ଭୋଟ ଗଣତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.