ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର

ଫୁଲୁଛି ଜଳକା। ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ନଦୀର ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ୬.୪୨ ମିଟରରେ ପ୍ରବାହିତ ହେଉଛି ।

ଜଳେଶ୍ୱର (କେନ୍ୟୁଜ): ଫୁଲୁଛି ଜଳକା। ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ନଦୀର ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ୬.୪୨ ମିଟରରେ ପ୍ରବାହିତ ହେଉଛି । ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଦୁର୍ବଳ ଥିବାରୁ ବନ୍ଯା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ କୂଳିଆ ଲୋକ ।

ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା,ମୋରଡା,ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ବଢୁଛି ନଦୀର ଜଳସ୍ତର । ଏବେ ଯଦି ବନ୍ୟା ହେଲେ ରୁଆ ଯାଇଥିବା ଧାନ ତଳି ସବୁ ପଚି ଯିବା ସମେତ ବସ୍ତା ଏବଂ ସଦର ବ୍ଲକ ବ୍ଲକର ପାଖାପାଖି ୧୨ଟି ପଞ୍ଚାୟତ ର ଚାଷ କ୍ଷତି ହେବାର ଆଶଙ୍କା କରାଯାଉଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.