ଆନନ୍ଦପୁରରେ ବୈତରଣୀ ନଦୀ ବିପଦ ସଙ୍କେତ ଉପରେ, ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

ଆନନ୍ଦପୁର: ଆନନ୍ଦପୁରରେ ବୈତରଣୀ ନଦୀ ବିପଦ ସଙ୍କେତ ଉପରେ। କେନ୍ଦୁଝର ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବାରୁ ବୈତରଣୀ ନଦୀର ଜଳପତନ ବଢ଼ିବାକୁ ଲାଗିଥିବା ବେଳେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାକୁ ବସିଛି।

ଆନନ୍ଦପୁର କେନ୍ଦ୍ରୀୟ ଜଳ ଆୟୋଗର ସୂଚନା ଅନୁଯାୟୀ ସକାଳ ୮ଟା ସୁଦ୍ଧା ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀ। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଭାରପ୍ରାପ୍ତ ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି। ଆବଶ୍ୟକ ପଡ଼ିଲେ ତଳିଆ ଅଞ୍ଚଳବାସୀଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ଅଣାଯିବା ନେଇ ପଦକ୍ଷେପ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.