ବିପଦ ସଙ୍କେତ ଉପରେ ଜଳକା ନଦୀର ଜଳସ୍ତର, ଆତଙ୍କିତ ଅବସ୍ଥାରେ ଅଞ୍ଚଳବାସୀ

ବାଲେଶ୍ୱର: ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ ଜଳସ୍ତର । ନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଯାହାଫଳରେ ଜନ ଜୀବନ ଅସ୍ତବ୍ଯସ୍ତ ହୋଇପଡିଛି ।

ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ଠାରେ ବିପଦ ସଙ୍କେତ ୫. ୫୦ ଥିବାବେଳେ ଏବେ ବୃଦ୍ଧି ପାଇ ୬. ୬୨ ମିଟର ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ ନଦୀ କୂଳିଆ ଅଞ୍ଚଳରେ ଚାଷ ଜମିରେ ପାଣି ପଶି ଫସଲ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି। ଏହାକୁ ନେଇ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.