ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା, ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ

ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ । ଲଘୁଚାପ ପ୍ରଭାବରେ ଗତକାଲିଠୁ ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ବର୍ଷା ଲାଗି ରହିଛି । ନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ନଦୀର ମଥାନୀଠାରେ ବିପଦ ସଂକେତ ୫.୫୦ ଥିବାବେଳେ ସକାଳା ୮ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୫.୮୦ ମିଟରରେ ପ୍ରବାହିତ ହେଉଛି ।

ନଦୀର ଉପରମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର, ମୋରଡ଼ା, ଚିତ୍ରଡା,ସୁଳିଆପଦା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ନଦୀକୂଳିଆ ଅଞ୍ଚଳର ହଜାର ହଜାର ହେକ୍ଟର ଚାଷ ଜମିରେ ପାଣି ପଶିବାର ଆଶଙ୍କା କରାଯାଇଛି। ସେପଟେ ବସ୍ତା ବ୍ଲକର ୭ଟି ପଞ୍ଚାୟତ ଓ ସଦର ବ୍ଳକର ୨ଟି ପଞ୍ଚାୟତ ର ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହେବାର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.