ଶୀତର ଚାଦର ତଳେ ସାରା ଓଡ଼ିଶା, ସକାଳୁ ସକାଳୁ ଜୋର୍ ଜାଡ଼

ଥରୁଛି ଉତ୍ତରରୁ ଉପାନ୍ତ। ସବୁଠି ପାରଦ ତଳ ମୁହାଁ ହୋଇଥିବାରୁ ଥଣ୍ଡାରେ ଥରୁଛି ସାରା ଓଡ଼ିଶା। ରାତିର ସର୍ବନିମ୍ନ ସ୍ବାଭାବିକ ତାପମାତ୍ରା ୨ରୁ ୩ ଡିଗ୍ରୀ ତଳକୁ ଖସି ଆସିଛି। ୧୪ ସହରର ରାତି ତାପମାତ୍ରା ୧୦ ଡିଗ୍ରୀଠୁ କମ ରହିଛି। ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ୫ ଡିଗ୍ରୀ ରେକର୍ଡ କରାଯାଇଛି।

ଭୁବନେଶ୍ୱର (କେନ୍ୟୁଜ): ଶୀତର ଚାଦର ତଳେ ସାରା ଓଡ଼ିଶା। ଥରୁଛି ଉତ୍ତରରୁ ଉପାନ୍ତ। ସବୁଠି ପାରଦ ତଳ ମୁହାଁ ହୋଇଥିବାରୁ ଥଣ୍ଡାରେ ଥରୁଛି ସାରା ଓଡ଼ିଶା। ରାତିର ସର୍ବନିମ୍ନ ସ୍ବାଭାବିକ ତାପମାତ୍ରା ୨ରୁ ୩ ଡିଗ୍ରୀ ତଳକୁ ଖସି ଆସିଛି। ୧୪ ସହରର ରାତି ତାପମାତ୍ରା ୧୦ ଡିଗ୍ରୀଠୁ କମ ରହିଛି। ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ୫ ଡିଗ୍ରୀ ରେକର୍ଡ କରାଯାଇଛି। ଫୁଲବାଣୀରେ ୭, କିରେଇରେ ୭.୫, କୋରାପୁଟରେ ୮, ସେମିଳିଗୁଡ଼ାରେ ୮.୪ ଓ ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରୀ ରେକର୍ଡ କରାଯାଇଛି। କଟକ ଓ ଭୁବନେଶ୍ବରରେ ପାରଦ ସର୍ବନିମ୍ନସ୍ତର ୧୩ ଡିଗ୍ରୀକୁ ଖସିଆସିଛି। ୨୪ରୁ ୨୬ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା କୁହୁଡି ହେବାର ସମ୍ଭବାନା ରହିଛି। ଆସନ୍ତା ୩ ଦିନ ଯାଏ ଏଭଳି ସ୍ଥିତି ଲାଗିରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଲୋକେ ଶୀତରୁ ଟିକିଏ ନିସ୍ତାର ପାଇବା ପାଇଁ ନିଆଁ ଜାଳି ବସି ରହୁଛନ୍ତି । ଛୋଟ ପିଲାମାନେ ସକାଳୁ ସକାଳୁ ଖେଳ ପଡ଼ିଆରେ ବ୍ୟାୟାମ କରିବା ସହ ବୟସ୍କ ଲୋକେ ମର୍ଣ୍ଣଂ ଓ୍ୱାକ୍ କରୁଥିବା ଦେଖିବାକୁ ମିଳିଛି । ଶୀତର ପ୍ରକୋପ ଯୋଗୁ ଆଦିବାସୀ ଉପାନ୍ତ ଇଲାକାରେ ବସବାସ କରୁଥିବା ଲୋକେ ଅଧିକ ହଇରାଣ ହେଉଛନ୍ତି । ଅନ୍ୟପଟେ ଶୀତ ବଢିବା ଫଳରେ ଶ୍ରମିକ ଶ୍ରେଣୀର ଲୋକେ କାମକୁ ଯିବା ସେମାନଙ୍କ ପାଇଁ କଷ୍ଟକର ହେବାରେ ଲାଗିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.