ଆସନ୍ତା ୨୪ ଘଣ୍ଟାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ସୃ‌ଷ୍ଟି  ହେଇଥିବା ଲଘୁଚାପ କ୍ଷେତ୍ର ଲୋ ପ୍ରେସରରେ ପରିଣତ ହୋଇଛି। କ୍ରମଶଃ ଏହା ଘୂର୍ଣ୍ଣିବଳୟରେ ରୂପାନ୍ତରିତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକ ସମେତ ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲାମାନଙ୍କର କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହେବ। ଏହା  ସହିତ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅଳ୍ପରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ଝଡ଼ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟର ଏଭଳି ବହୁ ଜିଲ୍ଲାରେ  ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ ବୋଲି ଜାରି ସତର୍କ ସୂଚନାରେ ପାଣିପାଗ ବିଭାଗ କହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.