Below header

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ଆସନ୍ତାକାଲିଠାରୁ ଆରମ୍ଭ ହୋଇଯିବ ବର୍ଷା

ଦକ୍ଷିଣ ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଘୂର୍ଣ୍ଣିବଳୟ । ଏହା ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ । ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୪୮ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପାଣିପାଗ ବିଭାଗରୁ ଏହି ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ଭିତରେ ଉତ୍ତର ଓଡିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି । ୨୪ ତାରିଖରେ ନୂଆପଡା,ବରଗଡ,ଝାରସୁଗୁଡା,ସୁନ୍ଦରଗଡ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିଭଳି କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ, ପୁରୀ,ଖୋର୍ଦ୍ଧା ଓ କଟକରେ ପ୍ରବଳ ବର୍ଷିବ । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଚ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ବର୍ଷା ଯୋଗୁଁ ଦୀପାବଳି ଫିକା ପଡ଼ିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.