ଆଭ୍ୟନ୍ତରୀଣ ଓଡ଼ିଶାବାସୀ ସତର୍କ ରୁହନ୍ତୁ, ବର୍ଷା, ପବନ ସହ ବଜ୍ରାଘାତ ହେବା ସମ୍ଭାବନା

ଭୁବନେଶ୍ୱର (କେ ନ୍ୟୁଜ୍‌) : ଆଭ୍ୟନ୍ତରୀଣ ଓଡ଼ିଶାରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ତାର ପ୍ରଭାବରେ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ଘଡ଼ଘଡ଼ି ଓ ପବନ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ଯାଜପୁର, ଭଦ୍ରକ, ମୟୁରଭଞ୍ଜ, ଯାଜପୁର, ବାଲେଶ୍ୱର ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ ।

ଆସନ୍ତାକାଲି ମଧ୍ୟ କାଳବୈଶାଖୀ ପ୍ରଭାବରେ ପବନ, ବର୍ଷା ଓ ବଜ୍ରାଘାତ ହେବ ବୋଲି ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ୱାସ ସୂଚନା ଦେଇଛନ୍ତି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି । ସେହିପରି ମୟୁରଭଞ୍ଜ, ନୟାଗଡ଼ ଓ କେନ୍ଦୁଝରରେ ମଧ୍ୟ ଅଳ୍ପ ବର୍ଷା ହୋଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.