ରାଜ୍ୟର ବିଭିନ୍ନ ସ୍ଥାନରେ ପୁଣି ବର୍ଷା

ଭୁବନେଶ୍ବର : ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡା ନିକଟସ୍ଥ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ୧୧ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଅଗଷ୍ଟ ୨ ପରେ ପାଣିପାଗରେ ପରିବର୍ତ୍ତନ ଆସିବ।