ମୌସୁମୀ ବାୟୁ ସକ୍ରିୟ: ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

rainଭୁବନେଶ୍ବର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଛି। ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢ଼ିବ। ୪୮ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଜଗତସିଂହପୁର, ପୁରୀ, ଢେଙ୍କାନାଳ, ଅନୁଗୁଳ, ନୟାଗଡ ଓ କଟକରେ ଘଡଘଡି ସହ ବର୍ଷା ହେବ। ସେହିପରି ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୩ ଓ ୧୪ ତାରିଖରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡିଶାର ପ୍ରବଳ ବର୍ଷା ହୋଇପାରେ।

Leave A Reply

Your email address will not be published.