ଆଗାମୀ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁଖିଲା ରହିବ ପାଗ, ଉତ୍ତର ଦିଗରୁ ପବନ ବହିବା ସହ ଶୀତ ବଢ଼ିବ

ଭୁବନେଶ୍ବର(କେନ୍ୟୁଜ୍): ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିବ । ୨୨, ୨୩ ତାରିଖ ପର୍ଯ୍ୟନ୍ତ କୁହୁଡିର ପ୍ରଭାବ ରହିବ । ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, ମାଲକାନଗିରି ଆଦି ଜିଲ୍ଲାରେ କୁହୁଡି ଅନୁଭୂତ ହେବ । ଉତ୍ତର ଦିଗରୁ ପବନ ବୋହୁଥିବାରୁ ତାପମାତ୍ରା ୧ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଶୀତ ବଢିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.