ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟରେ ଲାଗି ରହିବ କୋହଲା ପାଗ। କେତେକ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୧ ତାରିଖ ବେଳକୁ ବର୍ଷାର ପରିମାଣ ସାମାନ୍ୟ ବଢିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଯିବାବେଳେ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। ଏହାପରେ ପାଗରେ ପରିବର୍ତ୍ତନ ଆସିବ। ଗତ ୨୬ଘଣ୍ଟା ମଧ୍ୟରେ ହୀରାକୁଦରେ ସର୍ବାଧିକ ୨୫.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।