Below header

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଦୁଇ ଦିନରେ ନେଇପାରେ ଲଘୁଚାପର ରୂପ

ଭୁବନେଶ୍ବର(କେନ୍ୟୁଜ୍): ବର୍ଷା ଦିନେ ଟାଣ ଖରା । ଯେମିତି ଉଭେଇ ଯାଇଛି ବର୍ଷା । କାଁ ଭାଁ କେବେ କେବେ ବର୍ଷା ହେଉଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଓଡ଼ିଶା ଉପକୂଳକୁ ଲାଗି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଦୁଇ ଦିନ ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିପାରେ । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ମଧ୍ୟ ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.