ପଶ୍ଚିମ-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଝାଡଖଣ୍ଡ ମୁହାଁ, ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍): ପଶ୍ଚିମ-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଝାଡଖଣ୍ଡ ମୁହାଁ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧରେ ଅଧିକ ବର୍ଷା ହେବ। ଗତ ୨୪ଘଣ୍ଟାରେ ବଲାଙ୍ଗିରରେ ସର୍ବାଧିକ ୫୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।