ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ପୁଣି ଶୀତରେ ଥରହର ହେବେ ଲୋକେ

ଭୁବନେଶ୍ବର (କେନ୍ୟୁଜ୍) : ପୁଣି ଲେଉଟିଲା ବର୍ଷା। ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବ। ଉତ୍ତର ପଶ୍ଚିମ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପାଗ ‌କୋହଲା ରହିବା ସହ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶା ସମେତ ଅନ୍ୟ ଜିଲ୍ଲାଗୁଡ଼ିକରେ ଆଜି ଭଳି ଥଣ୍ଡା ଜାରି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରହିବ। ଆଜି ପୂର୍ବାହ୍ନ ସୁଦ୍ଧା ସୁଦ୍ଧା ସୁନ୍ଦରଗଡ଼, ନୂଆପଡ଼ା, ନବରଙ୍ଗପୁର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ପୂର୍ବାହ୍ନ ସୁଦ୍ଧା କଟକ, ଯାଜପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଧା ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବ। ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ଯାଜପୁର, ଖୋର୍ଧା, ପୁରୀ, କଟକ, କନ୍ଧମାଳ ଓ କୋରାପୁଟ ଜିଲ୍ଲାର ‌କେତେକ ସ୍ଥାନରେ କୁହୁଡ଼ି ହେବ । ସକାଳ ୯ଟା ପର୍ଯ୍ୟନ୍ତ କୁହୁଡି ପରିବେଶକୁ ଆଚ୍ଛାଦିତ କରି ରଖିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.