୧୦ରୁ ବର୍ଷା ! ତିନି ଦିନରେ କମିବ ଶୀତ, ବଢ଼ିବ ପାରଦ

ପୁଣି ଭିଜିବ ଓଡ଼ିଶା। ପଶ୍ଚିମା ଝଡ଼ ଯୋଗୁଁ ଆଫଗାନିସ୍ତାନ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ରାଜସ୍ଥାନ ତଥା ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବା ସମ୍ଭାବନା ରହିଛି। ଫଳରେ ପୁଣି ଓଡ଼ିଶା ଭିଜିବା ସମ୍ଭାବନା ରହିଛି। ୧୦ ତାରିଖରୁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ପରେ ଏହାର ପରିମାଣ ବଢିବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଅନ୍ୟପଟେ ଆଗକୁ ଶୀତ କମିବ। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ବଢ଼ିବ। ଫଳରେ ଶୀତର ପ୍ରଭାବ କମିବ। କିିଛି ସ୍ଥାନରେ ଘନ କୁହୁଡ଼ି ହୋଇପାରେ। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।