ପାଣିପାଗ ଖବର : କାଲି ପାଇଁ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେ ନ୍ୟୁଜ୍‌) : ଆଜି ରାଜ୍ୟରେ ଉଭୟ ଗରମ ଗୁଳୁଗୁଳି ସହ ବର୍ଷା ଓ ବଜ୍ରପାତର ଦୃଶ୍ୟ ଦେଖିବାକୁ ମିଳିଛି । ବାଲେଶ୍ୱର, ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ପଶ୍ଚିମ ଓଡ଼ିଶାରେ ପୂର୍ବ ପରି ୪୦ ଡିଗ୍ରୀରୁ ଅଧିକ ତାତି ଜାରି ରହିଛି । ରାଜ୍ୟର ୧୪ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ରହିଥିଲା । ସବୁଠାରୁ ତାତିଲା ସହର ଥିଲା ଅନୁଗୁଳ । ଏଠାରେ ୪୩.୭ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି । ତା ପଛକୁ ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ଥିଲା । ଝାରସୁଗୁଡ଼ା, ସମ୍ବଲପୁର, କଳହାଣ୍ଡି, ବଲାଙ୍ଗିର, ବୌଦ୍ଧ, ଗଜପତି ଆଦି ଜିଲ୍ଲାରେ ପାରଦ ୪୨ ଡିଗ୍ରୀ ପହଞ୍ଚିଥିଲା । ଭୁବନେଶ୍ୱରରେ ଆଜି ୩୬.୩ ଓ କଟକରେ ୩୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି ।

WEATHERଏଭଳି ସ୍ଥିତି ଆଗାମୀ ଦିନରେ ବି ରହିବ । ତେବେ ଆସନ୍ତାକାଲି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ କାଳବୈଶାଖୀର ସୂଚନା ରହିଛି । ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦ୍ରାପଡ଼ା, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ, କୋରାପୁଟ, କନ୍ଧମାଳ ଆଦି ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.