ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲି ଲଘୁଚାପ କ୍ଷେତ୍ରରେ ହେବ ପରିଣତ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ସମୁଦ୍ର ପତ୍ତନଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆଜି ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ୫.୮ରୁ ୭.୬ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ସମାନ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ମୌସୁମୀ ସକ୍ରିୟ ରହିଥିବା ବେଳେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ ।

ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ କାଲିଠୁ ବିସ୍ତତି ବଢିବ । ୨୭ ତାରିଖ ଯାଏ ତିନି ଦିନ ବର୍ଷା ପରିମାଣ ଅଧିକ ରହିବ । କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.