ରାଜ୍ୟ

ଭିଜୁଛି ଓଡ଼ିଶା: ଆହୁରି ବର୍ଷିବ, ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଅବପାତ । କିନ୍ତୁ ବାତ୍ୟା ସମ୍ଭାବନା ନାହିଁ । ଏହି ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି । ସକ୍ରିୟ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷା ଲାଗି ରହିଛି । ଆଜି ରାଜ୍ୟରେ ବିସ୍ତତି ବର୍ଷା ହେବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ୮ ଜିଲ୍ଲା ବରଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ନବରଙ୍ଗପୁରକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୧ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ସେହିପରି ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ସତର୍କତା ଦିଆଯାଇଛି । ୧୩ ତାରିଖରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଅବପାତ ପ୍ରଭାବରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ । ଅଶାନ୍ତ ରହିବ ସମୁଦ୍ର । ଆସନ୍ତାକାଲି ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ୧୭ ଓ ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଲଘୁଚାପ ରୂପ ନେବା ସମ୍ଭାବନା ରହିଛି ।

 

 

Barsha

Recent Posts

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

5 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

17 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

25 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

26 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

44 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago